ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ରାଜ୍ୟରେ ୨୦୦ ଟପିଛି ସଂକ୍ରମିତଙ୍କ ସଂଖ୍ୟା। ଗତକାଲି ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 30th June
New Positive Cases: 204
Of which 0-18 years: 18
In quarantine: 119
Local contacts: 85(Details of local contacts will be shared by concerned District)
1. Balasore: 8
2. Bhadrak: 3
3. Cuttack: 38
4. Deogarh: 3
5. Dhenkanal: 1
6. Jagatsinghpur: 2— I & PR Department, Odisha (@IPR_Odisha) July 1, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୮ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଜଗତ ହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟପୁଲରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୯୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।