ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୦୫ କରୋନା ପଜିଟିଭ୍ ଚିହ୍ନଟ, ୪୫ ଜଣ ଶିଶୁ ଓ କିଶୋର ସଂକ୍ରମିତ

Advertisment
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ, ୩୨ ଜଣ ଶିଶୁ ଓ କିଶୋର ସଂକ୍ରମିତ

financial express

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୦୭ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୦୦୩  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୨୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe