ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ ଚିହ୍ନଟ, ୧୭ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ବି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ରୁ ୯, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୨, କଟକରୁ ୧୬ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳରୁ ୪ ଜଣ,କେନ୍ଦ୍ରାପଡ଼ାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୪୮, କୋରାପୁଟ ଜିଲ୍ଲାରୁ ୧୧ ଜଣ,ମାଲକାାନଗିରିରୁ ୧, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୯, ପୁରୀରୁ ୩ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩୬ ଜଣ ଓ ଷ୍ଟେଟପୁଲରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୫, ୪୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୪, ୦୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୨୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର