ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲରେ ନିଯୁକ୍ତି ପାଇବେ ୨୦୬୪ ଶିକ୍ଷକ

Advertisment
୧୦୬ ହାଇସ୍କୁଲରେ ‌ଖୋଲିବ ଏକାଦଶ

Republic World

ଭୁବନେଶ୍ୱର : ପୂର୍ଣ୍ଣ ଅନୁଦାନପ୍ରାପ୍ତ ୬୯୧ଟି ଉଚ୍ଚ ବିଦ୍ୟାଳୟ(ହାଇସ୍କୁଲ)ରେ ଖାଲିଥିବା ୨୦୬୪ ପଦବିରେ ନିଯୁକ୍ତି ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍‌.ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ପ୍ରବରଣ ଆୟୋଗ ଅଧ୍ୟକ୍ଷ ପ୍ରଫେସର ଦକ୍ଷପ୍ରସାଦ ନନ୍ଦ, ସମ୍ପାଦକ ମଧୁସୂଦନ ମିଶ୍ର, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଅଶ୍ୱିନୀ କୁମାର ମିଶ୍ର, ସ୍ୱତନ୍ତ୍ର ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ ଦାଶ, ଉପନିର୍ଦ୍ଦେଶକ ଭାଗିରଥୀ କାଣ୍ଡିଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ନିଯୁକ୍ତି ପ୍ରକ୍ରିୟା ପାଇଁ ଆୟୋଗଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe