ଗତ ୨୪ ଘଣ୍ଟାରେ ରାଜ୍ୟରେ ନୂଆ ୨୦୮ କରୋନା ପଜିଟିଭ୍ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୬

Advertisment
ଗୋଟେ ଗାଁରୁ ୧୪ଜଣଙ୍କ ସମେତ ନୂଆପଡ଼ା ଜିଲ୍ଲାରୁ ମୋଟ ୨୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

BBC

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୬୯୧ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୭୩୭ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୨, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫, ଓ ସୁନ୍ଦରଗଡ଼ରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe