ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ରାଜ୍ୟର ମାତ୍ର ୧୦ ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 31st March
New Positive Cases: 21
Of which 0-18 years: 5
In quarantine: 13
Local contacts: 8(Details of local contacts will be shared by concerned District)
1. Balasore: 1
2. Gajapati: 2
3. Ganjam: 1
4. Jajpur: 1
5. Jharsuguda: 3
6. Kendrapada: 1— I & PR Department, Odisha (@IPR_Odisha) April 1, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୬୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୧୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୬୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।