ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧରୁ ୩, କଟକରୁ ୨୮ ଜଣ, ଦେବଗଡ଼ରୁ ୨୭, ଢେଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୭, କେଉଁଝରରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୫୬, କୋରାପୁଟରୁ ୨, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୮, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୧, ୩୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୦, ୪୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।