ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ, ୩୨ ଜଣ ଶିଶୁ ଓ କିଶୋର ସଂକ୍ରମିତ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
Covid-19 Report For 25th November
New Positive Cases: 219
Of which 0-18 years: 32
In quarantine: 131
Local contacts: 88(Details of local contacts will be shared by concerned District)
1. Angul: 1
2. Balasore: 4
3. Bhadrak: 2
4. Boudh: 1
5. Cuttack: 15
6. Dhenkanal: 1— I & PR Department, Odisha (@IPR_Odisha) November 26, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୫ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୯୬ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୨୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୩୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।