ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୨ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬କୁ ବୃଦ୍ଧି

ଭୁବନେଶ୍ୱର: ଗତ କିଛି ଦିନ ହେବ  ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୦ ବା ତାଠାରୁ ଅଧିକ ରହୁଛି।  ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୨ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୬ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ଖୋର୍ଦ୍ଧାରୁ ୫ ଜଣ ମୃତକ ଥିବା ବେଳେ, କଟକ ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଏଣେ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ମୃତକ ଅଛନ୍ତି।ତେଣେ ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ମୃତକଙ୍କ ଭିତରେ ୮ଜଣ ମହିଳା ଓ ୧୪ ଜଣ ପୁରୁଷ ଥିବା ଜଣାଯାଇଛି।

ସମ୍ବନ୍ଧିତ ଖବର