ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
7. Khurda: 3
8. Sambalpur: 1
9. Sonepur: 1
10. Sundargarh: 5
11. State Pool: 1New recoveries: 33
Cumulative tested: 33860218
Positive: 1336217
Recovered: 1326728
Active cases: 233— I & PR Department, Odisha (@IPR_Odisha) November 3, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, କଟକରୁ ୪ ଜଣ, ଦେବଗଡ଼ରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩, ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୭୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।