ରାଜ୍ୟର ୧୧ ଜିଲ୍ଲାରୁ ୨୨ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି କଟକ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୋନପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ୍ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୪୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର