ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏଏସ୍ ଅଧିକାରୀ ଅପସାରିତ

Advertisment
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏଏସ୍ ଅଧିକାରୀ ଅପସାରିତ

ଭୁବନେଶ୍ବର: ନୂଆ ସରକାର ଗଠନ ହୋଇଛି, ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ପରେ ବିଭିନ୍ନ ବିଭାଗର ସମୀକ୍ଷା ଜୋରଦାର ଚାଲିଛି। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ସରକାର ଚଳାଇଛନ୍ତି। ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରାଜ୍ୟ ଅତିଥି ଭବନରେ ୱାନ୍-ଟୁ-ୱାନ୍ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ। ଏସବୁ ଭିତରେ ମୁଖ୍ୟମନ୍ତ୍ରୀଙ୍କ ଅଫିସର ନବକଳେବର ହେବାକୁ ଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ କାର୍ଯ୍ୟରତ ଥିବା ଓଏସଏସ କ୍ୟାଡର ଅଧିକାରୀଙ୍କୁ ବଦଳି କରାଯାଇଛି। ୨୨ ଜଣ ଓଏସଏସ ଅଧିକାରୀଙ୍କୁ ସିଏମଓରୁ ଅପସାରଣ କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଛି। ଓଏସଏସ କ୍ୟାଡରର ଅନେକ ଅଧିକାରୀ ବଦଳି ହୋଇଥିବା ବେଳେ ଆହୁରି ଅନେକ ପୁରୁଣା ଅଧିକାରୀ ସିଏମଓରେ ରହିଛନ୍ତି। ତେଣୁ ସେମାନଙ୍କ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟ କରିବେ ନା ସେମାନଙ୍କୁ ମଧ୍ୟ ବଦଳି କରାଯିବ ତାହା ଉପରୁ ପରଦା ହଟିନି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe