ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th November
New Positive Cases: 228
Of which 0-18 years: 35
In quarantine: 134
Local contacts: 94(Details of local contacts will be shared by concerned District)
1. Angul: 2
2. Balasore: 1
3. Bargarh: 1
4. Bhadrak: 1
5. Balangir: 3
6. Cuttack: 17— I & PR Department, Odisha (@IPR_Odisha) November 30, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୯୬ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୦ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୩୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।