ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

publive-image Image Courtesy of India Today

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୪ ଜଣ, ଦେବଗଡ଼ରୁ ୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୧୦୫ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୮୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୫୯୪ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୭୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।