ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨୯ କରୋନା ପଜିଟିଭ୍ ଚିହ୍ନଟ, ୨୯ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୧୮ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୧୩ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୩୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୬୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର