ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୬ ଜଣ କରୋନା ସଂକ୍ରମିତ ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨, ନୂଆପଡ଼ାରୁ ୧, ସମ୍ବଲପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୮୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।