ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୨ ଶହ ଉପରେ: ୩୭ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୨ ଶହ ଉପରେ: ୩୭ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୨ ଶହ ଉପରକୁ ଆସିଛି। ଗତକାଲି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୫, କଟକରୁ ୨୭ ଜଣ, ଦେବଗଡ଼ରୁ ୨, ଗଜପତିରୁ ୧ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୬୮, କୋରାପୁଟରୁ ୨, ମୟୂରଭଞ୍ଜରୁ ୧ ଜଣ, ନବରଙ୍ଗପୁରରୁ ୧୪ ଜଣ, ନୟାଗଡ଼ ଜିଲ୍ଲାରୁ ୧୬ ଜଣ, ନୂଆପଡ଼ାରୁ ୪, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୧ ଜଣ ଓ ଷ୍ଟେଟପୁଲରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୮, ୮୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୮, ୦୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe