ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୪ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୮୬୨କୁ ବୃଦ୍ଧି

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୪ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଣେ ଯାଜପୁରରୁ ୩ ଜଣ, ଭଦ୍ରକ, ମୟୂରଭଞ୍ଜର ୨ ଜଣ ଲେଖାଏଁ ମୃତକ ଅଛନ୍ତି। ଏହାଛଡ଼ା ଅନୁଗୁଳ, ପୁରୀ, ବରଗଡ଼, ଓ ନବରଙ୍ଗପୁର ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଭଦ୍ରକର ଏକ ୨୧ଦିନର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ଜଣାଯାଇଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୪୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧୯ ଜଣ, ବାଲେଶ୍ୱରରୁ ୪୦ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୨୫ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧ ଜିଲ୍ଲାରୁ ୨୭, କଟକରୁ ୮୫ ଜଣ, ଦେବଗଡ଼ରୁ ୩୭ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଜପତିରୁ ୪୪, ଗଞ୍ଜାମରୁ ୫୫ ଜଣ, ଜଗତସିଂହପୁରରୁ ୩୫ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୩୮ ଜଣ, କେଉଁଝରରୁ ୫୩ ଜଣ, ଖୋର୍ଦ୍ଧାରୁ ୨୨୩ ଜଣ, କୋରାପୁଟରୁ ୭୨ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୩୨, ନୟାଗଡ଼ରୁ ୩୬ ଜଣ, ନୂଆପଡ଼ାରୁ ୨୬ ଜଣ, ପୁରୀରୁ ୩୩ ଜଣ, ରାୟଗଡ଼ାରୁ ୭୫ ଜଣ, ସମ୍ୱଲପୁରରୁ ୬୫ ଜଣ, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୧୨୪ ଜଣ ଓ ଷ୍ଟେଟ ପୁଲରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୭୬,୧୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୫୩, ୯୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୨୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର