ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 3rd July
New Positive Cases: 245
Of which 0-18 years: 41
In quarantine: 143
Local contacts: 102(Details of local contacts will be shared by concerned District)
1. Balasore: 3
2. Bhadrak: 2
3. Balangir: 1
4. Cuttack: 38
5. Jagatsinghpur: 1
6. Jajpur: 4— I & PR Department, Odisha (@IPR_Odisha) July 4, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୮ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୦, ୭୮୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୧୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।