ସାକ୍ଷୀଗୋପାଳ : ଗତ ଏପ୍ରିଲ ୨୦ ତାରିଖରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀ ବ୍ଲକ୍ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତସାହିର ଦେବାଶିଷ ବିଶ୍ବାଳଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂହ ସହିଦ ଦେବାଶିଷଙ୍କ ପରିବାରକୁ ପ୍ରଦାନ କରିଛନ୍ତି।
ସୂଚନା ଅନୁସାରେ, ତହସିଲ କାର୍ଯ୍ୟାଳୟରେ ସହିଦ ଦେବାଶିଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ବିଶ୍ୱାଳଙ୍କୁ ୧୫ ଲକ୍ଷ ଟଙ୍କାର ଚେକ୍ ଓ ମା’ ମମତା ବିଶ୍ୱାଳଙ୍କୁ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି।
Follow Us