ବିଜେଡିର ୩୦ ଜିଲ୍ଲା ପାଇଁ ୨୫ ନୂଆ ପର୍ଯ୍ୟବେକ୍ଷକ

ଭୁବ‌େନଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାସ୍ତରରେ ସାଙ୍ଗଠନିକ ସ୍ଥିତି ସୁଦୃଢ କରିବାକୁ ବିଜେଡି  ୨୫ଜଣ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଇଛି। ଏଥିରେ ୧୨ଜଣ ମନ୍ତ୍ରୀଙ୍କୁ ୧୪ଟି ଜିଲ୍ଲାର ଦାୟିତ୍ବ ଦିଆଯାଇଛି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆଜି ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ଅନୁଗୁଳ, ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ବର, ସୁଧୀର କୁମାର ସାମଲଙ୍କୁ ବରଗଡ଼, ପ୍ରଣବ କୁମାର ବଳବନ୍ତରାୟଙ୍କୁ ଭଦ୍ରକ, ସୁଶାନ୍ତ ସିଂହଙ୍କୁ ବଲାଙ୍ଗୀର ଓ ଦେବଗଡ଼, ଉଷା ଦେବୀଙ୍କୁ କଟକ, ପ୍ରମିଳା ମଲ୍ଲିକଙ୍କୁ ଢେଙ୍କାନାଳ ଓ ଖୋର୍ଦ୍ଧା, ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଓ ରାୟଗଡ଼ା, ଅରୁଣ କୁମାର ସାହୁଙ୍କୁ ଜଗତସିଂହପୁର, ବିଜୟ ନାୟକଙ୍କୁ କନ୍ଧମାଳ, ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ପ୍ରଣବ ପ୍ରକାଶ ଦାସଙ୍କୁ କେନ୍ଦୁଝର ଓ ମୟୂରଭଞ୍ଜ, ଦିବ୍ୟଶଙ୍କର ମିଶ୍ରଙ୍କୁ କୋରାପୁଟ ଓ ମାଲକାନଗିରି, ଈଶ୍ବର ପାଣିଗ୍ରାହୀଙ୍କୁ ନବରଙ୍ଗପୁର, ପଦ୍ମନାଭ ବେହେରାଙ୍କୁ ନୟାଗଡ଼,ଟୁକୁନି ସାହୁଙ୍କୁ ନୂଆପଡ଼ା, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ନଳିନୀକାନ୍ତ ପ୍ରଧାନଙ୍କୁ ସମ୍ବଲପୁର, ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ସୁନ୍ଦରଗଡ଼, ନବକିଶୋର ଦାସଙ୍କୁ କଳାହାଣ୍ଡି, ପ୍ରଦୀପ କୁମାର ଅମାତଙ୍କୁ ଗଞ୍ଜାମ, ସୌଭାଗ୍ୟ ନାୟକଙ୍କୁ ବୌଦ୍ଧ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଯାଜପୁର, ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା, ରୋହିତ ପୂଜାରୀଙ୍କୁ ‌ସୁବର୍ଣ୍ଣପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ସୂଚନାଯୋଗ୍ୟ ଯେ, ଜୁନ୍‌ ୨୬, ୨୦୨୧ରେ ବିଜେଡି ପକ୍ଷରୁ ଜିଲ୍ଲା ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଥିବାବେଳେ ଏଥିରେ ବ୍ୟାପକ ପରିବର୍ତ୍ତନ କରି ଆଜି ନୂଆ ତାଲିକା ପ୍ରକାଶ ପାଇଛି। ଏଥିରୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ତୁଷାରକାନ୍ତି ବେହେରାଙ୍କ ସମେତ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା, ଦେବାଶିଷ ସାମନ୍ତରାୟ, ଚନ୍ଦ୍ର ସାରଥୀ ବେହେରା, କଟକ ମେୟର ସୁବାସ ସିଂହଙ୍କୁ ବାଦ୍‌ ଦିଆଯାଇଛି।

ସମ୍ବନ୍ଧିତ ଖବର