ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି କମିଛି। ତେବେ ଏହା ୩ ଶହ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 15th August
New Positive Cases: 255
Of which 0-18 years: 43
In quarantine: 149
Local contacts: 106(Details of local contacts will be shared by concerned District)
1. Balasore: 7
2. Bargarh: 5
3. Bhadrak: 3
4. Balangir: 7
5. Cuttack: 13
6. Deogarh: 2— I & PR Department, Odisha (@IPR_Odisha) August 16, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ, ବରଗଡ଼ରୁ ୫, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୧୩ ଜଣ, ଦେବଗଡ଼ରୁ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୫୯, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧୧, ମୟୂରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୪, ପୁରୀରୁ ୨ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୪ ଜଣ ଓ ଷ୍ଟେଟପୁଲରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୩, ୩୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୦, ୬୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୪୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।