ଭୁବନେଶ୍ବର: ଆଜି ବି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୨୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨, କଟକରୁ ୨୨ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ , କେନ୍ଦୁଝରରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୩୪, ମୟୂରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୫୬ ଜଣ ଓ ଷ୍ଟେଟପୁଲରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୯୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୫, ୭୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।