ରାଜ୍ୟରେ ପୁଣି ୨୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

Advertisment
ରାଜ୍ୟରେ ପୁଣି ୨୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: କରୋନାରେ ରାଜ୍ୟରେ ଆଉ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅପରପକ୍ଷରେ  କଳାହାଣ୍ଡି ଜିଲ୍ଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ତେବେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬୨୧୯ ଚିହ୍ନଟ ହୋଇଥିବା ବେଳେ ୪୮୮୯ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୯୪୪ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୭୯, ୫୩୦ରେ ପହଞ୍ଚିଥିବା ବେଳେ ୫,୬୭,୩୮୨ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୦୯,୬୩୯ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe