ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 13th Sept
New Positive Cases: 260
Of which 0-18 years: 29
In quarantine: 152
Local contacts: 108(Details of local contacts will be shared by concerned District)
1. Angul: 1
2. Balasore: 9
3. Bargarh: 4
4. Balangir: 9
5. Cuttack: 10
6. Deogarh: 4— I & PR Department, Odisha (@IPR_Odisha) September 14, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୪, ବଲାଙ୍ଗୀରରୁ ୯ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧୯ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୪୫, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୨୯, ପୁରୀରୁ ୭ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୦, ୮୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୯, ୯୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୭୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।