ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 13th November
New Positive Cases: 262
Of which 0-18 years: 42
In quarantine: 153
Local contacts: 109(Details of local contacts will be shared by concerned District)
1. Balasore: 12
2. Bargarh: 1
3. Bhadrak: 5
4. Cuttack: 21
5. Deogarh: 3
6. Dhenkanal: 5— I & PR Department, Odisha (@IPR_Odisha) November 14, 2021
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୩୨ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧ ଜଣ,ମୟୂରଭଞ୍ଜରୁ ୫ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୪୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୭୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।