ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୦୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୭୩ ଜଣ, ବରଗଡ଼ରୁ ୭୫ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରୁ ୫୪ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୧୯୧ ଜଣ, ଦେବଗଡ଼ରୁ ୩୭ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୨୭ ଜଣ, ଗଜପତିରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୭୮ ଜଣ, ଝାରସୁଗୁଡ଼ାରୁ ୧୦୬ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୩୩ ଜଣ, ଖୋର୍ଦ୍ଧାରୁ ୯୨୬ ଜଣ, କୋରାପୁଟରୁ ୧୯ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୪୨ ଜଣ, ନବରଙ୍ଗପୁରରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୨୨ ଜଣ, ସମ୍ୱଲପୁରରୁ ୧୭୯ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୫୪ ଜଣ ଓ ଷ୍ଟେଟ ପୁଲରୁ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୬୨ ହଜାର ୪୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୫ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮ ହଜାର ୨୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
/sambad/media/post_attachments/wp-content/uploads/2021/12/covid-vaccination-1630681413.jpg) IndiaTV News
 IndiaTV Newsସୂଚନାଯୋଗ୍ୟ, ଗତକାଲି ୧୮୯୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ, ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2022/01/Corona-in-Odisha-on-7th-January_Thumbnail.jpg)