ଭୁବନେଶ୍ବର: ଆଜି ବି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୨୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨, ବରଗଡ଼ରୁ ୧୦, ଭଦ୍ରକରୁ ୩, ବଲାଙ୍ଗୀରରୁ ୯ ଜଣ, ବୌଦ୍ଧରୁ ୨, କଟକରୁ ୨୯ ଜଣ, ଦେବଗଡ଼ରୁ ୨ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ୫, ଖୋର୍ଦ୍ଧା ଜିଲ୍ଲାରୁ ୬୪, କୋରାପୁଟରୁ ୧,ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୭, ପୁରୀରୁ ୮ ଜଣ, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୪୨ ଜଣ ଓ ଷ୍ଟେଟପୁଲରୁ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୭, ୬୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୬, ୪୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us