275 crore gift to Bhadrak: CM inaugurates and lays foundation stone of 13 projects Photograph: (sambad.in )
ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ସମୁଦାୟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ବହୁ ଦିନରୁ ଦାବି ଥିବା ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ ଖୁବ ଶୀଘ୍ର ଏହି ଜିଲ୍ଲାରେ ହେବ ଏବଂ ଏହା ସହିତ ଆଓସିଏଲ ପକ୍ଷରୁ ଭଦ୍ରକରେ ଏକ ଟେକ୍ନିକାଲ ଟେକ୍ସଟାଇଲ କମ୍ପ୍ଲେକ୍ସ ଓ ଏମସିପିଆଇ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ଗୋଟିଏ ଏଚଏମଏଲଏସ ପଲିଷ୍ଟର ଉତ୍ପାଦନ କମ୍ପାନି ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ, ଭଦ୍ରକରେ ଥିବା ସମସ୍ତ ଶହୀଦ ପୀଠମାନଙ୍କର ସୌନ୍ଦର୍ଯ୍ୟକରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ଭଦ୍ରକ ମାଟି ବୀରତ୍ୱର ମାଟି। ଲୋକଙ୍କ ବିଶ୍ବାସ ଓ ଭରସାକୁ ବଜାୟ ରଖି ଆମ ସରକାର ଗୋଟିଏ ବର୍ଷ ଭିତରେ ଯେଉଁ ସବୁ କାର୍ଯ୍ୟ କରିଛନ୍ତି ଏବଂ କରୁଛନ୍ତି, ତାହା ଲୋକଙ୍କ ସରକାରଙ୍କ ପ୍ରତିବଦ୍ଧତା ଦିଗରେ ସୂଚାଉଛି। ଏହି ଉନ୍ନତିମୂଳକ ପ୍ରକଳ୍ପ ସମସ୍ତ ଭଦ୍ରକବାସୀଙ୍କ ଦୃଢ଼ ସମର୍ଥନର ପ୍ରତିଫଳନ।
ଅଧିକ ପଢ଼ନ୍ତୁ: ରାଜ୍ୟରେ ଅସହ୍ୟ ତାତି: ବାଲେଶ୍ୱର ସର୍ବାଧିକ ଉତ୍ତପ୍ତ, ଭୁବନେଶ୍ୱର ୩୯.୬ ଡିଗ୍ରି
ଉକ୍ତ କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ବାସୁଦେବପୁର ବିଧାୟକ ଶ୍ରୀ ଅଶୋକ ଦାସ, ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଓ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ପ୍ରମୁଖ ମଂଚାସୀନ ଥିଲେ।
ଏହି ଅବସରରେ ଭଦ୍ରକ ବିଧାୟକ, ସିତାଂଶୁ ଶେଖର ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।
ଅଧିକ ପଢ଼ନ୍ତୁ: ଅପରେସନ୍ ସିନ୍ଦୂର ଓ ଆତଙ୍କବାଦ ବିରୋଧରେ ବିଶ୍ବ ଦେଲା କେଉଁ ସନ୍ଦେଶ ? ସର୍ବଦଳୀୟ ପ୍ରତିନିଧି ମଣ୍ଡଳୀ ଠାରୁ ଫିଡବ୍ୟାକ୍ ନେବେ ମୋଦୀ…
CM Mohan Charan Majhi | Bhadrak
Follow Us