ରାଜ୍ୟରେ ୧୫ରୁ ୪୦ ବର୍ଷ ବୟସ ମଧ୍ୟରେ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଜାଣନ୍ତୁ କେଉଁ ବୟସରେ କେତେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଏଯାଏଁ ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୫ରୁ ୪୦ ବର୍ଷ ବୟସ ମଧ୍ୟରେ ସର୍ବାଧିକ ୨୮ ଜଣ ଅଛନ୍ତି । ୬୦ରୁ ଅଧିକ ବର୍ଷ ବୟସ୍କ ବ୍ୟକ୍ତି ହେଲେ ୫ ଜଣ । ସେହିପରି ୪୧ରୁ ୬୦ ବର୍ଷ ବୟସ ମଧ୍ୟରେ ୧୩ ଜଣ ଆକ୍ରାନ୍ତ ଥିବା ବେଳେ ୧୪ ବର୍ଷ ବୟସରୁ ତଳକୁ ୮ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି ।

ମୋଟ ୫୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ବିଭିନ୍ନ ହସ୍ପିଟାଲରେ ୪୧ ଜଣଙ୍କ ଚିକିତ୍ସା ଜାରି ରହିଛି । ସେଥିରୁ ୩୫ ଜଣ କରୋନା ଆକ୍ରାନ୍ତଙ୍କ ଠାରେ କରୋନା ଲକ୍ଷଣ ନାହିଁ ବୋଲି ଗତକାଲି ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡ. ଶାଳିନୀ ପଣ୍ଡିତ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମଣ ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସରକାର କରୋନା ଚିହ୍ନଟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଚିହ୍ନଟ କରିଛନ୍ତି । ସଂପୃକ୍ତ ଅଞ୍ଚଳକୁ ସିଲ କରି ଦେଇ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି । କଣ୍ଟେନମେଣ୍ଟ ଜୋନରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ସେବା ଯୋଗାଇ ଦେଉଛନ୍ତି । କଣ୍ଟେନମେଣ୍ଟ ଜୋନ ପାଇଁ ଯୋଗାଣ ଅଧିକାରୀ ଓ ମେଡିକାଲ ଅଧିକାରୀ ନିଯୁକ୍ତ କରିଛନ୍ତି । ତାଲା ବନ୍ଦ ସମୟରେ ଆବଶ୍ୟକତା ଅନୁଯାୟୀ ଲୋକଙ୍କୁ ସେବା ଯୋଗାଇ ଦିଆଯାଉଛି ।

ସମ୍ବନ୍ଧିତ ଖବର