ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ମା'ର ମୃତଦେହକୁ ଛାଡି ହୃଦୟକୁ ପଥର କରି ପରୀକ୍ଷା ଦେବାକୁ ଗଲା ଝିଅ

Image Courtesy of NDTV

ଭୁବନେଶ୍ବର: ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାର(ଫେବ୍ରୁ୍ଆରି ୧)ରୁ ଆରମ୍ଭ ହେବ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ଶିକ୍ଷା ବିଭାଗରେ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପ୍ରାକ୍ଟିକାଲ ପରୀକ୍ଷା ଦେବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଫେବ୍ରୁଆରି ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ପ୍ରାକ୍ଟିକାଲ ପରୀକ୍ଷାର ବିଭିନ୍ନ ବିଷୟ ଲାଗି ଭିନ୍ନଭିନ୍ନ ସମୟ ଧାର୍ଯ୍ୟ ହୋଇଛି। ୬୦ ମାର୍କ, ୩୦ ମାର୍କ ଓ ୨୦ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ ପରୀକ୍ଷା ଲାଗି ୩ଘଣ୍ଟା ରଖାଯାଇଥିବା ବେଳେ ୧୫ମାର୍କର ପ୍ରାକ୍ଟିକାଲ ପରୀକ୍ଷା ପାଇଁ ୨ ଘଣ୍ଟା ଅବଧି ରହିଛି। ବିଜ୍ଞାନ ବିଭାଗର ୧୧ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ଦୁଇ, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ। ପରୀକ୍ଷାର ୩୦ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ରରେ ପହଞ୍ଚିବା ଆବଶ୍ୟକ। ପରୀକ୍ଷାରେ କୌଣସି ପ୍ରକାର ସମସ୍ୟା ଉପୁଜିଲେ, ତୁରନ୍ତ ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe