ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୩ ଟି ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର  ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ଓ  ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର