ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। କିନ୍ତୁ ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୨ଟି ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର