3 dead in elephant attack: Elephants trampled to death in trunk Photograph: (sambad.in)
ଖଜୁରିଆକଟା: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଝୁଲଣା ଦେହୁରୀ (୫୫) ଏବଂ ତାଙ୍କ ଦେଢ଼ଶୂର କରୁଣାକର ଦେହୁରୀ (୬୦) ଏବଂ ଶଶି ସାହୁ।
ମିଳିଥିବା ସୂଚନା ଅନୁସାରେ ଗୁରୁବାର ସକାଳେ ଝୁଲଣା ଦେହୁରୀ ଫୁଲ ତୋଳୁଥିବା ସମୟରେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ସେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଦେଢ଼ଶୂର କରୁଣାକର ଦେହୁରୀ ବାହାରକୁ ଆସିଥିଲେ। ହାତୀ କରୁଣାକରଙ୍କୁ ଦେଖି ଆକ୍ରମଣ କରିଥିଲା। ଉଭୟ ଝୁଲଣା ଏବଂ କରୁଣାକରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।
ଅଧିକ ପଢ଼ନ୍ତୁ: ଟ୍ରମ୍ପ୍ଙ୍କ ଶୁଳ୍କ ବୋମା: ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ
ଏହାପରେ ଗାଁର ଶଶି ସାହୁ ହାତୀ ସହ ମୁହାଁମୁହିଁ ହୋଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରିଥିଲା। ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ଲାଗି ଅନୁଗୁଳ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତେ ଘୋଷଣା କରିଥିଲେ।
ହାତୀ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଘଟି ଚାଲିଥିବାବେଳେ ପ୍ରଶାସନ ଏନେଇ ନୀରବ ରହିଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାପରେ ଗାଁଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ପୁରୁଣା କଟକ ସମ୍ବଲପୁର ରାସ୍ତା ସାତ ମାଇଲ ଛକରେ ଲୋକେ ମୃତଦେହକୁ ରାସ୍ତାରେ ରଖି ରାସ୍ତା ରୋକ କରିଛନ୍ତି। ଉତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରିବା ସହିତ ହାତୀ ଆକ୍ରମଣରୁ ଲୋକଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ଅଞ୍ଚଳରେ ସୌର ବାଡ଼ ନିର୍ମାଣ ପାଇଁ ଦାବି କରିଛନ୍ତି।
ଘଟଣା ସମ୍ପର୍କରେ ଖବର ପାଇ ଏସଡିପିଓ ସତ୍ୟ କୁମାର ନନ୍ଦ, ଆଇଆଇସି ଚାରୁଲତା ବେହେରା ଏବଂ ଫରେଷ୍ଟ ରେଞ୍ଜର ଗୌତମ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିବା ଜଣାପଡ଼ିଛି।
ଅଧିକ ପଢ଼ନ୍ତୁ: ରେଖା-ଜୟା ନୁହନ୍ତି, ଅମିତାଭଙ୍କ ପ୍ରଥମ ପ୍ରେମ ଅନ୍ୟ ଜଣେ: ଜାଣନ୍ତୁ ସେ କିଏ...
Dhenkanal | Elephant
Follow Us