ଯାଜପୁର ଜିଲ୍ଲାର ଦୁଇଟି ସ୍ଥାନରେ ଦୁର୍ଘଟଣା ଘଟି ୩ ମୃତ

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ୫ନଂ(କ) ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। କଣ୍ଟିଗଡ଼ିଆ ଛକ ନିକଟରେ ଘଟିଥିବା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଶୋଚନୀୟ ଭାବେ ମୃତ୍ୟୁବରଣ କରିଛନ୍ତି। ସେମାନେ ଗୋଟିଏ ବାଇକ୍‌ରେ ଯାଉଥିବା ବେଳେ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ସେମାନେ ମୃତ୍ୟୁବରଣ କରିଥିବା ଜଣାପଡିଛି। ଏହି ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।

ସେହିଭଳି ଅନ୍ୟ ଏକ ସ୍ଥାନରେ ଦୁର୍ଘଟଣା ଘଟି ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି।

ସମ୍ବନ୍ଧିତ ଖବର