ଆଜି ୩ ସଂକ୍ରମିତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ କରୋନାଜନିତ ମୃତକଙ୍କ ସଂଖ୍ୟା ୮୬କୁ ବୃଦ୍ଧି

Advertisment
ଆଜି ୩ ସଂକ୍ରମିତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ କରୋନାଜନିତ ମୃତକଙ୍କ ସଂଖ୍ୟା ୮୬କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୫୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଏମାନଙ୍କ ଭିତରୁ ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ପୁରୁଷ। ଉଭୟଙ୍କ ବୟସ ଯଥାକ୍ରମେ ୬୩ ଓ ୬୦ ବର୍ଷ। ଅନ୍ୟ ମୃତକଜଣକ ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା, ଯିଏକି ମେଦବହୁଳତା ଏବଂ ନିଦ୍ରା ଆପ୍ନିଆରେ ପୀଡ଼ିତ ଥିଲେ |
ସୂଚନାଯୋଗ୍ୟ, ଆଜି ଓଡ଼ିଶାରେ ୫୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୯୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୯୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ୧୧, ୩୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୫୯ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe