ବେତନଟୀ ସଦର: ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ବୁଢ଼ୀଖମାରୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ। ଫଳରେ ବସ୍ ଡ୍ରାଇଭରଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି।
ଶନିବାର ଭୋର ୫ଟା ସମୟରେ ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ୍। ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅଧୀନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରୀ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ସୂଚନା ଅନୁଯାୟୀ ତୀର୍ଥଯାତ୍ରୀଙ୍କୁ ନେଇ ହାଇଦ୍ରାବାଦରୁ ବାହାରି ଥିବା ଏକ ଘରୋଇ ବସ ଗୟା ଅଭିମୁଖେ ଯାଉଥିବାବେଳେ ବୁଢ଼ୀଖମାରୀ ଛକ ନିକଟରେ ରାସ୍ତା ପାର୍ଶ୍ୱରେ ବେଆଇନ ଭାବେ ଛିଡା ହୋଇଥିବା ଏକ ଟ୍ରକ ପଛ ପଟୁ ଧକ୍କା ଦେଇଥିଲା। ବସର ସମ୍ମୁଖ ଭାଗ ସମ୍ପୂର୍ଣ ଭାଙ୍ଗିରୁଜି ଯାଇଥିବାବେଳେ ଟ୍ରକଟି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲା। ଫଳରେ ବସର ସମ୍ମୁଖ ଭାଗରେ ଥିବା ଏକାଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ସାହାଯ୍ୟରେ ସେମାନଙ୍କୁ ନେଇ ବାରିପଦା ଡାକ୍ତରଖାନା ପହଞ୍ଚାଇଥିଲେ। ସେଥି ମଧ୍ୟରୁ ୩ ଗୁରୁତର ଆହତଙ୍କର ମୃତ୍ୟୁ ହୋଇଯାଇଥିବାର ସୂଚନା ମିଳିଛି। ଏପଟେ ଖବର ପାଇ ବେତନଟୀ ପୁଲିସ ଦୁର୍ଘଟଣା ଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।
ଗୁରୁତରମାନଙ୍କୁ ଉଦ୍ଧାର କରି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।