ହିତାଧିକାରୀଙ୍କୁ ୩ମାସର ଆଗୁଆ ଚାଉଳ: ପ୍ରତ୍ୟେକଙ୍କୁ ‌୧୫ କେଜି

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

gdjgdjgdj

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ୩ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କେଜି ଲେଖାଏ ଚାଉଳ ପାଇବେ। ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ  ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରତ୍ୟେକଙ୍କୁ ‌୧୫ କେଜି
ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପଡ଼ିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ବୈଠକରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସରକାର ଇ-ଶ୍ରମିକ ଭାବେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧.୩କୋଟି ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧.୩୧ଲକ୍ଷ ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ‘ୱାନ ନେସନ୍ ୱାନ ରାସନ’ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଖାଦ୍ୟ ଯୋଗାଣ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe