ଆଉ ତିନି ମାସ ପାଇଁ ଅତିରିକ୍ତ ୫ କିଲୋ ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ବର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ। ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ହିତାଧିକାରୀ ମାନେ ଏନଏଫଏସଏ ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ। ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ବୋଲି ଜଣାଯାଇଛି।

ସମ୍ବନ୍ଧିତ ଖବର