ରାଜ୍ୟରେ ଆଉ ୩ ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଆଉ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ରାଜ୍ୟରେ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଲା।  ତେବେ ତିନି ଜଣ ପଜିଟିଭ୍ ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୧ରେ ପହଞ୍ଚିଲା ।

ଏହି ୩ ଆକ୍ରାନ୍ତଙ୍କ ଗସ୍ତ ଇତିହାସ ନେଇ ଅନୁସନ୍ଧାନ ଆରମ୍ଭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ଖୋର୍ଧା ଜିଲ୍ଲାରେ ସର୍ବାଧିକ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ରହିଛି ଭଦ୍ରକ । ଭଦ୍ରକ ଜିଲ୍ଲାରେ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୧ ରହିଛି । କରୋନା ଭାଇରସ୍ ସଂକ୍ରମଣରେ ଜଣେ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଆଶ୍ୱସ୍ତିକର ଖବର ହେଲା ଏବେ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୩୦ ଜଣ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୭୭୫ଟି କରୋନା ଟେଷ୍ଟ ହୋଇଛି ଏବଂ ୪ ହଜାର ୯୭୫ଟି ଆଣ୍ଟିବଡ଼ି ଟେଷ୍ଟ କରାଯାଇଛି ।

ସମ୍ବନ୍ଧିତ ଖବର