୩ ବରିଷ୍ଠ ଆଇଏଏସ୍‌ଙ୍କୁ କୋଭିଡ଼ ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର : ତିନିଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ କୋଭିଡ଼୍‌ ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଛି। ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଛି। ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତଥା ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟତ୍ବ ତୁଲାଇବେ। ସେହିପରି ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତଥା ଶ୍ରମ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରମୁଗ୍‌ମଙ୍କୁ ସମ୍ବଲପୁର ଓ ସୋନପୁର ଜିଲ୍ଲା ଦାୟିତ୍ବ ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର