ଝାରସୁଗୁଡ଼ା: ଆଜି ସକାଳୁ ୪୯ ନଂ ଜାତୀୟ ରାଜପଥର ବେଲପାହାଡ଼ ଥାନା ଅନ୍ତର୍ଗତ ଗୌଡପଡ଼ାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ପାଇ ବେଲପାହାଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ ଲଖନପୁର ସାହାଜବାହାଲ ଗ୍ରାମର ୩ ଯୁବକ ଏକ ବାଇକ୍(ଓଡି ୨୩ ପି ୨୦୦୯)ଯୋଗେ ବେଲପାହାଡ଼ରୁ ଲଖନପୁର୍ ଦିଗରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/Accident_Thumbnail-750x430-1.jpg)