ଖୁସି ଖବର ଦେଲେ ରାଜ୍ୟ ସରକାର: ଆଉ ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଆଜି ପୁଣି ୩୦ ଜଣ କରୋନା କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଛନ୍ତି । ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି ରାଜ୍ୟରେ ଆଗାମୀ ଦିନରେ ଆହୁରି ଅନେକ କରୋନା ରୋଗୀ ସୁସ୍ଥ ହେବେ ।

ରାଜ୍ୟରେ ଗତକାଲି ମଧ୍ୟରାତ୍ରୀ ସୁଦ୍ଧା ୮୬ ହଜାର ୧୪୦ଟି ନମୁନା ପରୀକ୍ଷା ହୋଇଛି । ଏଥିରୁ ୭୩୭ଟି ନମୁନା ପଜିଟିଭ ଚିହ୍ନଟ ହୋଇଛି । ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୫୩୮ ଜଣ ଚିକିତ୍ସାଧୀନ ଅଛନ୍ତି । ୩ ଜଣ ବ୍ୟକ୍ତି ଜୀବନ ହରାଇଛନ୍ତି ।

ତେବେ ଗଂଜାମ ଜିଲ୍ଲାରୁ ସର୍ବାଧିକ ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୧୨୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ ଜଣ, ଭଦ୍ରକ ଜିଲ୍ଲାରୁ ୪୬ ଜଣ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୬-୨୬ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ମୟୂରଭଂଜ ଜିଲ୍ଲାରୁ ୧୧ ଜଣ, କଟକ ଜିଲ୍ଲାରୁ ୧୦ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାରୁ ୪-୪ ଜଣ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦ ବ୍ୟତୀତ କୋରାପୁଟ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସମ୍ବନ୍ଧିତ ଖବର