ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମ ଶୁଣାଣି, ୩୦୦ରୁ ଅଧିକ ଲୋକ କଲେଣି ନାମ ପଞ୍ଜିକରଣ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ନିୟମିତ ଚାଲିବ ଅଭିଯୋଗର ଶୁଣାଣି। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର।

ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ। ଏହି ସମୟରେ ସମସ୍ତ ମନ୍ତ୍ରୀମାନେ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଆଜିର ଜନ ଶୁଣାଣି ପାଇଁ ଏଯାଏଁ ୩୦୦ରୁ ଅଧିକ ଲୋକ ନାମ ପଞ୍ଜିକରଣ କରିସାରିଥିବା ସୂଚନା ରହିଛି  ସକାଳ ୯ଟାରୁ ଆରମ୍ଭ ପଞ୍ଜିକରଣ ଆରମ୍ଭ ହୋଇ ଦିନ ୧୨ଟା ଯାଏ ଚାଲିବ।

ସମ୍ବନ୍ଧିତ ଖବର