ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ କରୋନା ସଂକ୍ରମିତ ଚିହ୍ନଟ, ୭ ଜଣ ୧୮ ବର୍ଷରୁ କମ୍ ବୟସର

କୋଭିଡ ଜଟିଳତା ଅନୁଧ୍ୟାନ ନେଇ କମିଟି ଗଠନ କଲେ ସରକାର

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୧ଟି ଜିଲ୍ଲାରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୧, କଟକରୁ ୪ ଜଣ, ଦେବଗଡ଼ରୁ୩,  କନ୍ଧମାଳରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧୭,  ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ନୂଆପଡ଼ାରୁ ୩,  ନୟାଗଡ଼ରୁ ୧,  ସମ୍ବଲପୁରରୁ ୩ ଜଣ ଓ ସୁନ୍ଦରଗଡ଼ରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୦୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୪୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe