ପୁଣି ରାଜ୍ୟରେ କମିଲା ସଂକ୍ରମଣ: ୩୨ କରୋନା ପଜିଟିଭ ଚିହ୍ନଟ, ୧୦ ଜଣ ୧୮ ବର୍ଷରୁ କମ୍ ବର୍ଗର

Advertisment
ପୁଣି ରାଜ୍ୟରେ କମିଲା ସଂକ୍ରମଣ: ୩୨ କରୋନା ପଜିଟିଭ ଚିହ୍ନଟ, ୧୦ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି କମିଛି କରୋନା ସଂକ୍ରମଣ। ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ଓଡ଼ିଶାରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨ ଜଣ, ଗଜପତିରୁ ୫ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ,  ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୦୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe