ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 21st March
New Positive Cases: 32
Of which 0-18 years: 6
In quarantine: 19
Local contacts: 13(Details of local contacts will be shared by concerned District)
1. Balasore: 3
2. Cuttack: 1
3. Dhenkanal: 1
4. Gajapati: 7
5. Jajpur: 6
6. Kendrapada: 1— I & PR Department, Odisha (@IPR_Odisha) March 22, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, କଟକରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୨ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୨୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।