ରାଜ୍ୟରେ ୩୨୭ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୪୪ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ, ୩୨ ଜଣ ଶିଶୁ ଓ କିଶୋର ସଂକ୍ରମିତ

financial express

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୧୭୭ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe