ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୮ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ୭୪ ଜଣ ଅଛନ୍ତି। ୧୯୨ ଜଣ କରୋନା ସଂକ୍ରମିତ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଅନୁଗୁଳ ଜିଲ୍ଳାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୯ ଜଣ, ବଲାଙ୍ଗୀରରୁ ୮ ଜଣ, କଟକରୁ ୩୧ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ଜଣେ, ଜଗତ୍‌ସିଂହପୁରରୁ ୭ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳକୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ, ‌ଖୋର୍ଦ୍ଧାରୁ ୫୪ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୪୯ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୬୧ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର