ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆଜି ମୋଟ ୧୩ଟି ଜିଲ୍ଲାରୁ ଏହି କରୋନା ସଂକ୍ରମିତମାନଙ୍କ ମୃତ୍ୟୁ ଘଟିଛି। ଏଥିମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ପ୍ରାଣହାନି ଘଟିଛି। ଅପରପକ୍ଷରେ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଏଣେ କଟକ, ଦେବଗଡ଼, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ତେବେ କୋରାପୁଟ, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯,୫୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୩୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୭,୫୬,୬୮୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୬,୫୮,୬୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯୫, ୨୬୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର